Videos

Khasapada Niti: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉ ମାନଙ୍କର ଖସାପଡା ନୀତି

ଆଜି ଚୈତ୍ରମାସ କୃଷ୍ଣପକ୍ଷ ସପ୍ତମୀ ତିଥି। ଆଜିର ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀୟୁ ମାନଙ୍କର ଖସାପଡା ନିତି। ମଧ୍ଯାନ୍ନଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ। ଖସାପଡା ନିତି ଶ୍ରୀଜୀୟୁ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନିତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ। ଯେହେତୁ ଦେବସ୍ନାନ ପୁର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁ ପହଣ୍ଡି ହୋଇଥିଲେ ଏଣୁ ତାହା ପୁର୍ବରୁ ଖସାପଡା ନିତି କରାଯାଇଥିଲା। ଆଗକୁ ଦେବସ୍ନାନ ପୂର୍ଣ୍ଣିମା ଓ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ରହିଥିବାରୁ ଶ୍ରୀଜୀୟୁ ମାନେ ପହଣ୍ଡି ହେବେ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More