Videos

Mendha Podi: ଆଜି ମହାପ୍ରଭୁଙ୍କ ମେଣ୍ଢାପୋଡ଼ି ନୀତି, ଆସନ୍ତାକାଲି ହୋଲି

ଆସନ୍ତା କାଲି ପବିତ୍ର ଦୋଳପୂର୍ଣ୍ଣିମା। ଏହି ଅବସରରେ ମହାପ୍ରଭୁ ସୂନା ଅଳଙ୍କାରରେ ବିଭୁଷିତ ହୋଇ ରତ୍ନବେଦୀରେ ଦର୍ଶନ ଦେବେ। ଶ୍ରୀମନ୍ଦିରରେ ଦୋଳପୂର୍ଣ୍ନିମା ପୂର୍ବଦିନ ଅର୍ଥାତ ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ରତ୍ନବେଦୀରୁ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ,ଶ୍ରୀଦେବୀ,ଭୂଦେବୀ ଦୋଳବେଦୀକୁ ବିଜେ କରିବେ । ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ,ଦେବନୀତି,ବନ୍ଦାପନା ପରେ ଭୋଗ ହେବ । ବିଶେଷକରି ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରାଯିବ । ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ।।

Video Thumbnail
Share
Advertisement
Read More