Naveen Patnaik: ସଫଳତାର ସହ ସରିଲା ନବୀନ ପଟ୍ଟନାୟକଙ୍କର ଅସ୍ତ୍ରୋପଚାର। ମୁମ୍ବାଇର କୋକିଳାବେନ୍ ଧୀରାଭାଇ ଅମ୍ବାନୀ ହସପିଟାଲରେ ନବୀନଙ୍କର କରାଯାଇଛି ସଫଳ ଅସ୍ତ୍ରୋପଚାର। ଅପରେସନ ସଫଳ ହୋଇଥିବା ନେଇ ସୂଚନା ଦେଇଛନ୍ତି ନବୀନଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପରାମର୍ଶଦାତା। ସପ୍ତାହକ ମଧ୍ୟରେ ହସ୍ପିଟାଲରୁ ହେବେ ଡିସଚାର୍ଜ। କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲର ସ୍ପାଇନ ସ୍ପେସିଆଲିଷ୍ଟ ବିଶେଷଜ୍ଞ ଡାକ୍ତର ରାଜଶେଖର ନବୀନଙ୍କ ଅସ୍ତ୍ରୋପଚାର କରିଥିଲେ। ଏହାସହ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ବିଶେଷଜ୍ଞମାନେ ବି ଅପରେସନ ବେଳେ ଉପସ୍ଥିତ ଥିଲେ। ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକ ଭଲ ଭାବେ କଥା ହୋଇ ପାରୁଛନ୍ତି। ଡାକ୍ତରଙ୍କ ସୂଚନା ଅନୁସାରେ, ବୟସ ବଢିଲେ ସର୍ଭିକାଲ ଆଥ୍ରାଇଟିସ ହୁଏ। ଆଜି ଦୁଇ ଘଣ୍ଟା ଧରି ଅପରେସନ ଚାଲିଥିଲା।
More Videos
More Videos
More Videos
More Videos
More Videos