Weather Report: ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କୋରାପୁଟ, ମୟୂରଭଞ୍ଜ, ନୟାଗଡ଼, ପୁରୀ ଓ ରାୟଗଡ଼ା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।