Videos

Weather Report: ମୌସୁମୀ ବର୍ଷାରେ ଭିଜିବ ସାରା ଓଡ଼ିଶା, ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Odisha Weather: ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାକୁ ପାଗ ଅନୁକୂଳ ହେଉଛି। ୨ ଦିନ ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆକଳନ କରାଯାଉଛି। ଆସନ୍ତାକାଲି ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟ୍‌କା ପବନ ସହ କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ନବରଙ୍ଗପୁରରେ ବର୍ଷା ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ବି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Video Thumbnail
Share
Advertisement
Read More