Videos

Rajasthan CM: ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ନେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ୍ ଶର୍ମା। ଆଜି ପୂର୍ବାହ୍ନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି। ଏଥିସହ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ। ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ୍ ଭାବ ବିଭୋର ହୋଇଥିବା ଗଣମାଧ୍ୟମକୁ କହିଛନ୍ତି। ଓଡିଶା ଏବଂ ରାଜସ୍ଥାନ ବାସୀଙ୍କ ସହ ଦେଶର ମଙ୍ଗଳ ଓ ସମୃଦ୍ଧି ନେଇ ସେ ମହାପ୍ରଭୁଙ୍କ ନିକଟରେ କାମନା କରିଛନ୍ତି। ତେବେ ମହାପ୍ରଭୁଙ୍କ ଆଶୀର୍ବାଦରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶରେ ବିଜେପି ସରକାର ଗଠନ କରିବା ସହ ଓଡ଼ିଶାରେ ମଧ୍ୟ ବିଜେପି ଦଳ ସରକାର ଗଠନ କରିବ ବୋଲି ମତ ରଖିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଆସନ୍ତା ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସହ ବଡ଼ଦାଣ୍ଡରେ ରୋଡ ସୋ କାର୍ଯ୍ୟକ୍ରମ ଥିବାବେଳେ ଏହାକୁ ଦେଖିବା ପାଇଁ ସବୁ ବର୍ଗର ଲୋକେ ଉତ୍ସାହିତ ଥିବା ସେ କହିଛନ୍ତି।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More