Train Viral Video: ରାୟଗଡ଼ା ରେଳ ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା ଗ୍ରାମର ନରସିଂହ କାଣ୍ଡ (୬୪)। ମୃତକ ଜଣେ ମାନସିକ ରୋଗୀ ବୋଲି ଅନୁମାନ କରାଯାଉଛି। ଏ ନେଇ ଆର୍ପିଏଫ୍ ତରଫରୁ ତଦନ୍ତ ଜାରି ରହିଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ନରସିଂହ ମଙ୍ଗଳବାର ସକାଳେ ସିକନ୍ଦରାବାଦରୁ ଟ୍ରେନ୍ ଯୋଗେ ଆସି ରାୟଗଡ଼ାରେ ପହଞ୍ଚିଥିଲେ।
More Videos
More Videos
More Videos
More Videos
More Videos