Home >>Weather

Cyclone DANA: ଭୟଙ୍କର ହେବ ବାତ୍ୟା 'ଦାନା' ! ଉପକୂଳରେ ଛେଚିବ

ଭୁବନେଶ୍ୱର:  ଉତ୍ତର କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ, ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପା

Advertisement
Cyclone DANA: ଭୟଙ୍କର ହେବ ବାତ୍ୟା 'ଦାନା' ! ଉପକୂଳରେ ଛେଚିବ
Prabhudatta Moharana|Updated: Oct 21, 2024, 07:01 AM IST
Share

Cyclone DANA: ଭୁବନେଶ୍ୱର:  ଉତ୍ତର କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ, ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଫଳରେ ଏହା ୨୨ ତାରିଖରେ ଅବପାତର ରୂପ ନେବ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। 

ପାଣିପାଗ ବିଭାଗ କହିଛି କି ଆସନ୍ତା ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ମାଡ଼ ହୋଇପାରେ ବାତ୍ୟା ଦାନା। ସମୂଦ୍ର ମଧ୍ୟରେ ଦାନା ଧିରେ ଧିରେ ଶକ୍ତିଶାଳୀ ହେବାରେ ଲାଗିଛି। ଏହା ଗୁରୁବାର ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁପାରେ। ତେବେ ନିର୍ଦ୍ଦିଷ୍ଟ କେଉଁଠ ଓ କେଉଁ ସମୟରେ ମାଡ଼ ହେବ ସେନେଇ ବିଭିନ୍ନ ପାଣିପାଗ ବିଭାଗ ଭିନ୍ନ ଭିନ୍ନ ପୂର୍ବାନୁମାନ କରିଛନ୍ତି।  ୨୪ ତାରିଖ ସକାଳୁ ୨୫ ତାରିଖ ସକାଳ ମଧ୍ୟରେ ପୁରୀ ଓ ଉତ୍ତର ବାଲେଶ୍ୱର ମଧ୍ୟରେ ସ୍ଥଳଭାଗକୁ ପଶିବ ବୋଲି ସୂଚନା ରହିଛି। 

 

ସେପଟେ ଘଣ୍ଟା ପ୍ରତି ୧୨୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ୨୩ ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୭୦ ରୁ ୧୧୦ ମିମି ଯାଏ ବର୍ଷା ହୋଇପାରେ। 

ପାଣିପାଗ ବିଭାଗ ଅନୁଯାୟୀ ୨୪ ତାରିଖରେ ରାଜ୍ୟରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟା ଲ୍ୟାଣ୍ଡଫଲ କରିବା ବେଳେ ପବନ ସହିତ ପ୍ରବଳରୁ ଅଥି ପ୍ରବଳ ବର୍ଷିବଯ ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଜଗତସିଂହପୁରରେ ୨୦୦ରୁ ଅଧିକ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ଏହି ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି। କେନ୍ଦ୍ରାପଡ଼ା, କଟକ, ନୟାଗଡ଼, କନ୍ଧମାଳ ଓ ଗଜପତି ଜିଲ୍ଲାରେ ୭୦ ରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଭଦ୍ରକ ବାଲେଶ୍ୱର, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଜି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ଓ କେନ୍ଦୁଝର ଜିଲ୍ଲାରେ ବି ପ୍ରବଳ ବର୍ଷିବ। ମତ୍ସ୍ୟଜୀବୀମାନେ ୨୬ ତାରିଖ ଯାଏ ସମୂଦ୍ରକୁ ନ ଯିବାକୁ ସତର୍କ କରାଇଛି ପାଣିପାଗ ବିଭାଗ। 

Read More
{}{}