Hindi News >>Home >>Weather

Weather Update: ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡିଶା!

Weather Update: ଆସୁଛି ଆଉ ଏକ ଲଘୁଚାପ। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ।  ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ।  ଏହା ପ୍ରଭାବରେ ଦକ୍ଷିଣ ଓଡି଼ଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। 

Advertisement
Weather Update: ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡିଶା!
Narmada Behera|Updated: Nov 20, 2024, 06:22 AM IST
Share
Weather Update: ଆସୁଛି ଆଉ ଏକ ଲଘୁଚାପ। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ।  ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ।  ଏହା ପ୍ରଭାବରେ ଦକ୍ଷିଣ ଓଡି଼ଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖ ବେଳକୁ ଦକ୍ଷିଣ ଆଣ୍ତାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଘୂର୍ଣ୍ଣିବଳୟ ସୃଷ୍ଟି ପରେ ଏହା ପଶ୍ଚିମ ଦକ୍ଷିଣ ଦିଗରେ ଗତି କରିବ। ୨୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ।  ପରେ ଏହା ପଶ୍ଚିମ ଉତ୍ତର ଦିଗରେ ଗତି କରି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ  ଅବପାତ ରୂପ ନେବ।  ଅବପାତ ପରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ବୋଇ ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଯାଇପାରେ। 
 
 
 
ଲଘୁଚାପ ପ୍ରଭାବରେ ୨୬ ତାରିଖରୁ ଦକ୍ଷିଣ ଓଡି଼ଶାରେ ପ୍ରବଳ ବର୍ଷା ହେବ। ୨୬ରୁ ୨୮ ତାରିଖ ଯାଏଁ ଦକ୍ଷିଣ ଓଡି଼ଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛନ୍ତି ସୋଆ ଜଳବାୟୁ ନିର୍ଦ୍ଦେଶକ ଶରତ ସାହୁ। ସେହିପରି, ମଙ୍ଗଳବାର ୧୪ ସହରର ରାତିର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ଜି. ଉଦୟଗିରିରେ ସବୁଠୁ କମ୍ ତାପମାତ୍ରା ୭.୨ ଡିଗ୍ରୀ ରେକର୍ଡ଼ ହୋଇଛି। ଆସନ୍ତା ୫ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ଆଜି ଓ ଆସନ୍ତାକାଲି ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି। 
 
 
Read More
{}{}