Hindi News >>Home >>Weather

Weathe Updates: ଦୁଇ ଦିନ ଛେଚା ବର୍ଷା

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ପଶ୍ଚିମ ଦିଗକୁ ଧିରେଧିରେ ଗତି କରୁଛି। ଗଭୀର ଅବପାତର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪୮ ଘଣ୍ଟା ପରେ ଅବପାତ ଦୁର୍ବଳ ହେବାର ସମ୍ଭାବନା ରହିଛି। ତେବେ ଲଘୁ

Advertisement
Weathe Updates: ଦୁଇ ଦିନ ଛେଚା ବର୍ଷା
Prabhudatta Moharana|Updated: Sep 16, 2024, 07:18 AM IST
Share

Weathe Updates: ଭୁବନେଶ୍ୱର: ଆଗାମୀ ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ପଶ୍ଚିମ ଦିଗକୁ ଧିରେଧିରେ ଗତି କରୁଛି। ଗଭୀର ଅବପାତର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪୮ ଘଣ୍ଟା ପରେ ଅବପାତ ଦୁର୍ବଳ ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ଅବପାତରେ ପରିଣତ ହେବା ପରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ଆଜି ସୋମବାର ମୟୂରଭଞ୍ଜ ଜିଲାଲର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗ଼ଡ଼ ଜିଲ୍ଲାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆକଳନ କରିଛି। ଏଥିପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। 

Read More
{}{}