Home >>Weather

Weather Report: ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

Weather Report: ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗ ତାଜା ସୂଚନା ଅନୁସାରେ, ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । କାହିଁକିନା, ଓଡ଼ିଶା ଉପରେ ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। 

Advertisement
Weather Report: ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
Narmada Behera|Updated: Aug 13, 2024, 06:33 AM IST
Share

Weather Report: ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗ ତାଜା ସୂଚନା ଅନୁସାରେ, ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । କାହିଁକିନା, ଓଡ଼ିଶା ଉପରେ ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ପ୍ରବଳ ବର୍ଷା ନେଇ ଆଜି ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। 

 

ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ମଙ୍ଗଳମୟ ହେବ ମଙ୍ଗଳବାର , ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଆଜିର ଦିନ?

ALSO READ: Raksha Bandhan 2024: ରାକ୍ଷୀ ପୂର୍ଣ୍ଣିମାରେ ପଡୁଛି ୨ଟି ଦୁର୍ଲଭ ସଂଯୋଗ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!

ସେହିପରି, ଆସନ୍ତାକାଲି ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ବାଲେଶ୍ବର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେବେ, ଏହି ଜିଲ୍ଲାରେ ପ୍ରବଳ ନେଇ ଆଲର୍ଟ ଜାରି ହୋଇଥିବାରୁ ପ୍ରଶାସନ ସଜାଗ ରହିବା ସହ ‌ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସଜାଗ କରାଯାଇଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ଚଳିତ ମୌମୁମୀ ଋତୁରେ  ଏଯାଏଁ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ଼ ହୋଇଛି। 

Read More
{}{}