Home >>Weather

Weather Update: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ ,ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଆଜିଠାରୁ ୪ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ଅନୁସାରେ, ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ। 

Advertisement
Weather Update: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ ,ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Narmada Behera|Updated: Aug 23, 2024, 06:28 AM IST
Share

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଆଜିଠାରୁ ୪ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ଅନୁସାରେ, ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ। ଏହା ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ। ଆଜି  ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ଗୁଡିକ ହେଲା, ବରଗଡ,ବଲାଙ୍ଗୀର, ନୂଆପଡା, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର,ମୟୂରଭଂଜ, ବାଲେଶ୍ବର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର,ସୁନ୍ଦରଗଡ ଓ ଝାରସୁଗୁଡା। 

 

ALSO READ: Today Horoscope: କେଉଁ ରାଶି ପାଇଁ କେମିତି ରହିବ ଶୁକ୍ରବାର? ଜାଣନ୍ତୁ ଆଜିର ରାଶିଫଳ

ଏହିସବୁ ସ୍ଥାନଗୁଡିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଅନ୍ୟପଟେ,୨୪, ୨୫ ଏବଂ ୨୬ ତାରିଖରେ ପ୍ରବଳ ବର୍ଷିବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆସନ୍ତାକାଲି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ୨୨ ରୁ ୨୫ ତାରିଖ ଯାଏ ୩୫ରୁ ୪୫ କିମି ବେଗରେ ପବନ ବହିବ । ଏଥିପାଇଁ ମତ୍ସଜୀବୀମାନେ ସମୁଦ୍ରକୁ ନ ଯିବାକୁ ଏସ୍ଆରସି ସତର୍କତା ଜାରି କରିଛନ୍ତି । ସେହିପରି ୨୪ ତାରିଖରେ ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଚ ଆଲର୍ଟ ଜାରି ହୋଇଛି। ୨୬ ତାରିଖ ପରଠୁ ରାଜ୍ୟରେ ବର୍ଷାର ପରିମାଣ ଧିରେ ଧିରେ କମିବ। କିନ୍ତୁ ୨୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। 

 

Read More
{}{}