Home >>Weather

Weather Update: ରାଜ୍ୟରେ ବର୍ଷା ଜାରି, ଆଜି ଏହିସବୁ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

Weather Update: ରାଜ୍ୟରେ ଜାରି ରହିଛି ବର୍ଷା ।  ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । 

Advertisement
Weather Update: ରାଜ୍ୟରେ ବର୍ଷା ଜାରି, ଆଜି ଏହିସବୁ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି
Narmada Behera|Updated: Sep 12, 2024, 06:37 AM IST
Share

Weather Update: ରାଜ୍ୟରେ ଜାରି ରହିଛି ବର୍ଷା ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲାଗି ରହିଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଏବଂ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ।  ଉତ୍ତର ଛତିଶଗଡରେ  ସକ୍ରିୟ ରହିଛି ଅବପାତ। ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଅନେକ ସ୍ଥାନରେ  ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।  କାଁଭାଁ ସ୍ଥାନରେ ବିଶେଷକରି, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। 

 

ALSO READ: Today Horoscope: ମେଷ ସହ ଏହି ୫ ରାଶିଙ୍କ ପାଇଁ ଅଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

ALSO READ: Gajlakshmi Rajyog 2024: ଏହିସବୁ ରାଶିଙ୍କ ଭାଗ୍ୟ ଚମକାଇବ ଗଜଲକ୍ଷ୍ମୀ ରାଜଯୋଗ, କିଣିବେ ନୂଆ ଘର ସାଙ୍ଗକୁ...

ଆଜି ଏବଂ ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ଗଜପତି, ଗଂଜାମ, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ବିଜୁଳି ଘଡ଼ଘଡି ସହ ବର୍ଷାର ସତର୍କତାକୁ ନେଇ ୟେଲୋ ଆଲର୍ଟ ମଧ୍ୟ ଜାରି କରାଯାଇଛି। ୧୩ ତାରିଖ ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ।  ବିଶେଷକରି, ଉତ୍ତର ଓଡି଼ଶାରେ ଏହାର ପ୍ରଭାବ ଅଧିକ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଚଳିଚ ମୌମୁମୀ ସିଜିନ୍ ରେ  ରାଜ୍ୟରେ ଜୁନ୍ ୧ରୁ  ଏପର୍ଯ୍ୟନ୍ତ ୯୩୮.୭ ମିମି ବର୍ଷା ରେକର୍ଡ ହୋଇଛି। 

 

Read More
{}{}