Home >>Weather

Weather Update: ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ,ସତର୍କ କରାଇଲା ବିଭାଗ

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏ-ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏ-ନେଇ ସକାଳ ସାଢେ ୮ଟା ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisement
Weather Update: ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ,ସତର୍କ କରାଇଲା ବିଭାଗ
Narmada Behera|Updated: Aug 20, 2024, 06:31 AM IST
Share

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏ-ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏ-ନେଇ ସକାଳ ସାଢେ ୮ଟା ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ରୁ ବର୍ଷାର ପ୍ରଭାବ କମିବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ALSO READ: Today Horoscope: ମେଷ -କର୍କଟ ସହ ଏହି ତିନି ରାଶିଙ୍କ ପାଇଁ ଆଜିର ଦିନ ରହିବ ଅଶୁଭ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର?

ALSO READ: Weekly Finance Horoscope 2024: ଏହିସବୁ ରାଶିଙ୍କ ପାଇଁ ଆଗାମୀ ସପ୍ତାହ ରହିବ ଅଧିକ ଖାସ୍, ବ୍ୟୟ ଠାରୁ ଆୟ ରହିବ ଅଧିକ!

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଦକ୍ଷିଣ ବଙ୍ଗଳାଦେଶ ଓ ତତସଂଲଗ୍ନ ଅଂଚଳରେ ସଦୃଶ ଲଘୁଚାପ ସକ୍ରିୟ ରହିଛି। ଏହା ଅଧିକ ଘନୀଭୁତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି ୱେଲମାର୍କ ଲୋ-ପ୍ରେସରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଯାହାର, ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

Read More
{}{}