Home >>Weather

Weather Update: ଲଘୁଚାପ ପ୍ରଭାବ, ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। କାହିଁକିନା,ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ  କରିଛି। 

Advertisement
Weather Update: ଲଘୁଚାପ ପ୍ରଭାବ, ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
Narmada Behera|Updated: Sep 06, 2024, 06:32 AM IST
Share
Weather Update: ରାଜ୍ୟରେ ଜାରି ରହିଛି ବର୍ଷା। କାହିଁକିନା,ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ  କରିଛି। ଆଜି ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା, ପୁରୀ, ଖୋର୍ଦ୍ଧା, ନୟାଗଡ଼,  କଟକ, ରାୟଗଡ଼ା, ଗଞ୍ଜାମ, ଗଜପତି, ଜଗତସିଂହପୁର,କୋରାପୁଟ କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି । ଏହିସବୁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନଙ୍କୁ ସତର୍କ କରାଇଛନ୍ତି ଏସଆରସି। କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପରାମର୍ଶ ଦେଉଛନ୍ତି।  ସହରର ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ଥିବାରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।  
 
 
 
ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ପଶୁପାଳକଙ୍କ ସୂଚନା ଅନୁସାରେ, ସୃଷ୍ଟ ହୋଇଥିବା ଲଘୁଚାପ ଉତ୍ତର ଦିଗରେ ଗତି କରିବ। ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ପହଞ୍ଚିବ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ଭାରି ବର୍ଷା ହେବ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ସବୁଠୁ କମ୍ ବର୍ଷା ହେବ । ଲଘୁଚାପ ପରେ ୭ଦିନ ଯାଏ ବିଶେଷ ବର୍ଷା ହେବନି । 
 
 
 
Read More
{}{}