Hindi News >>Home >>Weather

Weather Update: ଲଘୁଚାପ ପ୍ରଭାବ, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର -ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇଛି । ପଢନ୍ତୁ ପୂରା ରିପୋର୍ଟ...

Advertisement
Weather Update: ଲଘୁଚାପ ପ୍ରଭାବ, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
Narmada Behera|Updated: Jul 20, 2024, 06:13 AM IST
Share

Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର -ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହି ଅବପାତଟି ଆଜି ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି। ବର୍ତ୍ତମାନ ଅବପାତଟି ପୁରୀ ଠାରୁ ୭୦ କିମି ,ଗୋପାଳପୁର ଓ ପାରାଦୀପ ଠାରୁ ୧୩୦ କିମି ଦୂରରେ ଅବସ୍ଥିତ । ଏହାର  ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ୨୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

ALSO READ: Today Horoscope: କାହା ପାଇଁ ଶୁଭ ତ କାହା ପାଇଁ ଅଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏବଂ କନ୍ଧମାଳ , ବୌଦ୍ଧ, କଳାହାଣ୍ତି, ବଲାଙ୍ଗୀର, ନୂଆପଡା ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  ଏହିସବୁ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା କାରଣରୁ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। 

ବେଶେଷ କରି ଆଜି ବରଗଡ, ସୋନପୁର, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡା, ଗଜପତି, ଗଂଜାମ, ରାୟଗଡା,କୋରାପୁଟ୍, ମାଲକାନଗିରି, ମୟୂରଭଂଜ, କେନ୍ଦୁଝର, ନବରଙ୍ଗପୁର ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୧ ତାରିଖରେ ମୟୂରଭଂଜ, କେନ୍ଦୁଝର , ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଓ ବରଗଡରେ ପ୍ରବଳ ବର୍ଷା ହୋଇପାରେ। ୨୨ ତାରିଖରେ ମୟୂରଭଂଜ, କେନ୍ଦୁଝର , ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ  ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ୨୩ ତାରିଖରେ ବି ବର୍ଷା ଜାରି ରହିବ। ଆଗକୁ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର।  ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାସହିତ ପାହାଡ଼ିଆ ଅଂଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାର ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ କର୍ମଚାରୀଙ୍କୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି । 

Read More
{}{}