Home >>Weather

Weather Update: ଓଡ଼ିଶା ଛୁଇଁଲା ମୌସୁମୀ : ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Weather Update: ମୌସୁମୀ ଆଜି ସାରା ଓଡ଼ିଶା ଚାହୁଁଛି। ଆସନ୍ତା ୫ ଦିନ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ୨୫ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisement
Weather Update: ଓଡ଼ିଶା ଛୁଇଁଲା ମୌସୁମୀ : ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Prabhudatta Moharana|Updated: Jun 24, 2024, 07:15 AM IST
Share

Weather Update: ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ମୌସୁମୀ ଆଜି ସାରା ଓଡ଼ିଶାକୁ ଛୁଇଁଛି। ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି। ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆସନ୍ତା ୫ ଦିନ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। 

ଜୁନ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୩୯ ପ୍ରତିଶତ କମ ବର୍ଷା ହୋଇଛି । ୫ଟି ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ରହିଥିବା ବେଳେ ୧୭ ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି।   ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, ଜଗତସିଂହପୁର ଓ ଢେଙ୍କାନାଳରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ପୁରୀ, ମୟୂରଭଞ୍ଜ, ବାଲେଶ୍ୱର, ଓ ବଲାଙ୍ଗୀରରେ ନିଅଣ୍ଟିଆ ବର୍ଷା ହୋଇଥିବା‌ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଡ. ସଞ୍ଜୀବ ଦ୍ବିବେଦୀ ସୂଚନା ଦେଇଛନ୍ତି।

ଜୁନ ୮ରେ ଓଡ଼ିଶା ଛୁଇଁଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ସାରା ରାଜ୍ୟରେ ସକ୍ରିୟ ହୋଇଥିଲା‌। ଏହାର ପ୍ରଭାବରେ ଭୁବନେଶ୍ବର ସମେତ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। ଆଜି( ସୋମବାର) ସକାଳ ସାଢ଼େ ୮ଟା ସୁଦ୍ଧା ଫୁଲବାଣୀରେ ସର୍ବାଧିକ ୫୧.୪ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ମାଲକାନାଗିରିରେ ୪୮.୨, ନବରଙ୍ଗପୁରରେ ୩୦, ଖୋର୍ଦ୍ଧାରେ ୨୫, ହୀରାକୁଦରେ ୧୪.୮ ମିମି ଓ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି।

 ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଟ୍ବିନ୍‌ସିଟିରେ ମେଘୁଆ ପାଗ ସହ ବର୍ଷା ହେବା ନେଇ କେନ୍ଦ୍ର ପୂର୍ବାନୁମାନ କରିଛି।୨୫ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ଘଡଘଡି ସାଙ୍ଗକୁ ହାଲୁକା ବର୍ଷା । ତେବେ ୨୬ ତାରିଖରୁ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗର ଆକଳନ ।  ଆଜି (ସୋମବାର) ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଆଦି ୧୮ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ହେବା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Read More
{}{}