Hindi News >>Home >>Weather

Weather Updates: ୧୯ ଜିଲ୍ଲାକୁ କାଳବୈଶାଖି ସତର୍କତା, ଦୁଇ ଦିନ ଅଧିକ ବର୍ଷିବ

ଭୁବନେଶ୍ଵର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ସାମାନ୍ୟ ତାତି ହ୍ରାସ ପାଇଛି। ପଶ୍ଚିମ ଠାରୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ତାତିରେ ହ୍ରାସ ଘଟିଛି। ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖି ପାଇଁ ସତର୍କତା ଜାରି କରାଯାଇଛି। କାଳବୈଶାଖି ପ୍ରଭାବରେ ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଏନେଇ ଭାରତୀୟ

Advertisement
Weather Updates: ୧୯ ଜିଲ୍ଲାକୁ କାଳବୈଶାଖି ସତର୍କତା, ଦୁଇ ଦିନ ଅଧିକ ବର୍ଷିବ
Prabhudatta Moharana|Updated: Apr 15, 2025, 08:55 AM IST
Share

Weather Updates: ଭୁବନେଶ୍ଵର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ସାମାନ୍ୟ ତାତି ହ୍ରାସ ପାଇଛି। ପଶ୍ଚିମ ଠାରୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ତାତିରେ ହ୍ରାସ ଘଟିଛି। ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖି ପାଇଁ ସତର୍କତା ଜାରି କରାଯାଇଛି। କାଳବୈଶାଖି ପ୍ରଭାବରେ ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏହି ପୂର୍ବାନୁମାନ କରିଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

ମଙ୍ଗଳବାର ଉପକୂଳ ଓଡ଼ିଶାରେ ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୫୦ରୁ ୬୦କିମି ବେଗରେ ପବନ ବହିପାରେ। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

 

ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ସେହିପରି ଦକ୍ଷିଣ ଓଡ଼ିଶାରେ କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇପାରେ। ୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ମଧ୍ୟ ବର୍ଷା ସମ୍ଭାବନା ଅଛି। ଆସନ୍ତା ୧୯ ତାରିଖ ଯାଏ କାଳବୈଶାଖୀରେ ପ୍ରଭାବ ରହିବ। ଏହାପରେ ତାତି କ୍ରମଶଃ ବଢିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି। 

Read More
{}{}