Home >>Weather

Weather Updates: ଅଧା ରାଜ୍ୟରେ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ଲଘୁଚାପ। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅନୁମାନ କରିଛି ପାଣିପାଗ ବିଭାଗ। ଫଳରେ ଉପକୂଳ ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ। ପାଣିପାଗ ବିଭାଗ କହିବା ଅନୁଯାୟୀ ଅବପାତ ଉତ୍ତର ଦିଗରେ ଗତି କରି ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବ

Advertisement
Weather Updates: ଅଧା ରାଜ୍ୟରେ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି
Prabhudatta Moharana|Updated: Sep 09, 2024, 07:16 AM IST
Share

Weather Updates: ଭୁବନେଶ୍ୱର: ଅବପାତରେ ପରିଣତ ହେଲା ଲଘୁଚାପ। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅନୁମାନ କରିଛି ପାଣିପାଗ ବିଭାଗ। ଫଳରେ ଉପକୂଳ ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ। ପାଣିପାଗ ବିଭାଗ କହିବା ଅନୁଯାୟୀ ଅବପାତ ଉତ୍ତର ଦିଗରେ ଗତି କରି ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଗତି କରିବ ।ଏହାର ପ୍ରଭାବରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । 

ପାଣିପାଗ ବିଭାଗ କହିବା ଅନୁଯାୟୀ ଜିଲ୍ଲାଗୁଡ଼ିକ ମଧ୍ୟରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳକୁ ପ୍ରବଳ ବର୍ଷା ନେଇ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ଯାଜପୁର, ସମ୍ବଲପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 

ସେପଟେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ସେପ୍ଟେମ୍ବର ୮-୧୧ ମଧ୍ୟରେ ସମ୍ଭାବ୍ୟ ଅବପାତ ଯୋଗୁଁ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପ୍ରବଳ ପବନ ବଙ୍ଗୋପସାଗରରେ ଥିବା ଓଡି଼ଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ହୋଇପାରେ। ଏହି ପବନ ମଧ୍ୟ ଘଣ୍ଟା ପ୍ରତି ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଏହି ସମୟ ମଧ୍ୟରେ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ସୂଚନାନୁଯାୟୀ, ବନ୍ଦରଗୁଡ଼ିକୁ ବିପଦ ସଙ୍କେତ ଜାରି କରାଯାଇଛି । ଗୋପାଳପୁର ଏବଂ ପୁରୀକୁ ୩ ନମ୍ବର, ଧାମରା ଓ ପାରାଦୀପକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ସେହିପରି, ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ରହିବା ସମ୍ଭାବନା ରହିଛି।  ୭ ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ନବାନୁମାନ କରାଯାଇଛି।

ପ୍ରବଳ ବର୍ଷାର ସମ୍ଭାବନା  ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପ୍ରବଳ ବର୍ଷା ଯୋଗୁଁ ଉପକୂଳ ଜିଲ୍ଲାର ତଳି ଅଞ୍ଚଳରେ ପାଣି ପଶିବାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲି ପାଇଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। 

Read More
{}{}