Hindi News >>Home >>Weather

Weather Updates: କାଳବୈଶାଖୀ ଆଲର୍ଟ: ତାତିରେ ଲାଗିବ ବ୍ରେକ, ଦୁଇ ଦିନ ବର୍ଷିବ; ପାଣିପାଗ ବିଭାଗର ସତର୍କ ସୂଚନା

 ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Advertisement
Weather Updates: କାଳବୈଶାଖୀ ଆଲର୍ଟ: ତାତିରେ ଲାଗିବ ବ୍ରେକ, ଦୁଇ ଦିନ ବର୍ଷିବ; ପାଣିପାଗ ବିଭାଗର ସତର୍କ ସୂଚନା
Prabhudatta Moharana|Updated: May 06, 2024, 09:29 AM IST
Share

Weather Updates:  ଭୁବନେଶ୍ୱର: କଲବଲ କରୁଛି ତାତି। କ୍ରମାଗତ ଭାବେ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହି ଆସୁଛି। ତେବେ ପାଣିପାଗର ସଦ୍ୟ ସୂଚନା ଅନୁଯାୟୀ ପାଣିପାଗରେ ପରିବର୍ତ୍ତନ ଆସିପାରେ। ତାତିରୁ ମିଳିପାରେ ଆଶ୍ୱସ୍ତି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଝଡ଼ ତୋଫାନ ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ଅନୁଯାୟୀ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ୭ ତାରିଖ ପରଠାରୁ ବର୍ଷାର ପରିମାଣ ବଢିପାରେ। ୭ ଓ ୮ ତାରିଖରେ ବର୍ଷାର ପରିମାଣ ବଢିବ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। 

 

ସେହିପରି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଉତ୍ତର ଉପକୂଳ ଓଡ଼ିଶା ପାର୍ଶ୍ୱବର୍ତ୍ତି ଅଞ୍ଚଳରେ ବର୍ଷା ସହିତ ପବନ ହେବାର ସମ୍ଭାବନା ରହିଛି। ୪୦ ରୁ ୫୦ କିମି ବେଗରେ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଆଗାମୀ ମେ ୬ ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡିଶା-ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ ରୁ ୫୦ କିମି ବେଗରେ ରହିବାର ସମ୍ଭାବନା ଥିବାରୁ ସାମୁଦ୍ରିକ ସ୍ତିତି ଅଶାନ୍ତ ରୁ ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି।

ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି । ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Read More
{}{}